ଝାରସୁଗୁଡ଼ାରେ ପୁଣି ୯ ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା, ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ଆଜି ପୁଣି ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦରୁ ୩ ଜଣ, ଲଖନପୁର, ଲଇକେରା ଓ କିର୍ମିରା ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଆଉ ୩ ଜଣ ଆକ୍ରାନ୍ତ ବାହାର ଜିଲ୍ଲାର ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ବେଲପାହାଡ଼, ବ୍ରଜରାଜନଗର ପୌରପରିଷଦ, ଝାରସୁଗୁଡ଼ା ଓ କୋଲାବିରା ବ୍ଲକ ଅଞ୍ଚଳରୁ ଜଣେ ହେଲେ ପଜିଟିଭ ଚିହ୍ନଟ ହୋଇ ନଥିବା ଜିଲ୍ଲାପ୍ରଶାସନ ସୂଚନା ଦେଇଛି।