ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲାରେ ପୁଣି ୯୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଚଂଳରୁ ୨୩ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୪ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୨ଜଣ, ଝାରସୁଗୁଡ଼ା ବ୍ଲକ ଅଞ୍ଚଳରୁ ୨ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୩୭ଜଣ, ଲଇକେରା ବ୍ଲକ ଅଞ୍ଚଳରୁ ୫ଜଣ ଓ କୋଲାବିରା ବ୍ଲକ ଅଞ୍ଚଳରୁ ୮ଜଣ ରହିଛନ୍ତି। ତେବେ ଏସମସ୍ତ ଆକ୍ରାନ୍ତ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହସଙ୍ଗରୋଧରେ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ପ୍ରକାଶଯୋଗ୍ୟ ଯେ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୯୪କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧,୮୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୮୧୭ ଜଣଙ୍କ ଚିକିତ୍ସା ଜାରି ରହିଛି।