ଭୁବନେଶ୍ୱରରୁ କରୋନାରେ ୯୧ ଆକ୍ରାନ୍ତ, ୯୯ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ୯୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୨ଜଣ ଓ ସ୍ଥାନୀୟ ସଂକ୍ରମିତ ୧୯ଜଣ ରହିଛନ୍ତି। ଏଥିସହିତ ୯୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୩ ହୋଇଥିବାବେଳେ ୭୨୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧ଜଣଙ୍କର ମୃତ୍ୟୁ ଘଟିଛି ଓ ୬୦୬ ଜଣ ଚିକିତ୍ସିତ ହେଉଛନ୍ତି।