ରାଜଧାନୀରେ ୯୧୯ ଆକ୍ରାନ୍ତ: ୧୦୧୯ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ଆଜି ଆଉ ୯୧୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୩ଜଣ ଓ ସ୍ଥାନୀୟ ସଂକ୍ରମଣ ୭୬୬ଜଣ ରହିଛନ୍ତି। ଅନ୍ୟପଟେ ୧୦୧୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ହଜାର ୮୮୩ ହୋଇଥିବାବେଳେ ୫୮ହଜାର ୮୪୬ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୩୨୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୨ହଜାର ୬୯୧ଜଣ ଚିକିତ୍ସିତ ହେଉଛନ୍ତି।