ଭୁବନେଶ୍ୱରରୁ ପୁଣି ୯୬୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍ : ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୯୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୪୫୭୬ରେ ପହଞ୍ଚିଛି। ଏଥିମଧ୍ୟରୁ ୪୩୯୨୦ଜଣ ସୁସ୍ଥ ହୋଇଥିବା ବେଳେ ୨୮୨ଜଣଙ୍କର ମୃତ୍ୟୁ ଘଟିଛି।

ସେହିପରି ୧୦୩୫୩ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୮୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୮୧ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୮୫୯ଜଣ ସୁସ୍ଥହୋଇ ଘରକୁ ଫେରିଛନ୍ତି।