୨୪ ଘଣ୍ଟାରେ ୯,୭୯୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୯ହଜାର ୭୯୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୫,୫୩୪ଜଣ ଓ ସ୍ଥାନୀୟ ସଂକ୍ରମଣ ୪,୨୫୯ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ଲକ୍ଷ ୫୪ହଜାର ୬୬୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୫୧୧, ସୁନ୍ଦରଗଡ଼ରୁ ୧୦୧୮, କଟକରୁ ୬୪୧, ଅନୁଗୁଳରୁ ୫୨୬, ଝାରସୁଗୁଡ଼ାରୁ ୪୦୪, ନୂଆପଡ଼ାରୁ ୪୦୧, ଯାଜପୁରରୁ ୩୭୬, ସମ୍ବଲପୁରରୁ ୩୫୬, ପୁରୀରୁୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁର ୩୦୨, ଷ୍ଟେଟପୋଲରୁ ୨୮୦, ଗଞ୍ଜାମରୁ ୨୭୬, ବରଗଡ଼ରୁ ୨୭୦ ଓ ନୟାଗଡ଼ା ଜିଲ୍ଲାରୁ ୨୫୪ଜଣ ରହିଛନ୍ତି। ସେହିପରି କେଉଁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୁରଭଞ୍ଜରୁ ୧୯୯, କୋରାପୁଟରୁ ୧୭୪, ଜଗତସିଂହପୁରରୁ ୧୫୯, କେନ୍ଦ୍ରପଡ଼ାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡ଼ାରୁ ୧୪୮, ସୋନପୁରରୁ ୧୪୦, ଦେଓଗଡ଼ରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩ ଓ ଭଦ୍ରକ ଜିଲ୍ଲାରୁ ୫୨ଜଣ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧କୋଟି ୬ଲକ୍ଷ ୧୨ହଜାର ୪୫୬ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୫ଲକ୍ଷ ୫୪ହଜାର ୫୬୯ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୪ଲକ୍ଷ ୫୭ହଜାର ୬୦୦ଜଣ ସୁସ୍ଥ ହୋଇଛନ୍ତି, ୨,୨୧୫ଜଣଙ୍କର ମୃତ୍ୟୁ ଘଟିଛି ଓ ୯୪ହଜାର ୮୨୯ ଜଣ ଚିକିତ୍ସିତ ହେଉଛନ୍ତି।