ଭୁବନେଶ୍ୱର,ଏନ୍ଏନ୍ଏସ୍: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହାସହିତ ପୂଜାର୍ଚ୍ଚନା ମଧ୍ୟ କରିଛନ୍ତି। ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ଭିତ୍ତିଭୂମି ମଧ୍ୟ ଦେଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ମନ୍ଦିର ଚାରିପଟେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।
ତେବେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଏହାସହିତ ସ୍ୱାସ୍ଥ୍ୟ ଉପରେ ହେଉଥିବା ଗୁଜବ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି।
ସେ କହିଛନ୍ତି ଯେ, ଯେତେବେଳେ ନିର୍ବାଚନର ସମୟ ଆସେ ସେତେବେଳେ ମୋ ସ୍ୱାସ୍ଥ୍ୟ ନେଇ ଗୁଜବ ହୁଏ। ହେଲେ ମୁଁ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛି। ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରି ବହୁତ ଖୁସି ଅଛି।
ଏହାସହିତ କରୋନା ନେଇ ମୁଖ୍ୟମନ୍ତ୍ରୀ ସଚେତନ କରାଇଛନ୍ତି। ସମସ୍ତଙ୍କୁ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି। କରୋନା ଏବେବି ଅଛି। ନିୟମକୁ ମାନନ୍ତୁ ଓ ମାସ୍କ ପିନ୍ଧନ୍ତୁ ବୋଲି କହିଛନ୍ତି।