ରାଜ୍ୟରେ ଅସହ୍ୟ ହେଲାଣି ତାତି: ୪୦ ଡିଗ୍ରୀ ଉପରେ ୪ ସହର, ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆରମ୍ଭ ହୋଇଗଲାଣି ଅସହ୍ୟ ତାତି। ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା। ରାଜ୍ୟର ଆଜି ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ରହିଛି ତାପମାତ୍ରା। ୪୧.୪ ଡିଗ୍ରୀ ତାପମାତ୍ରା ସହିତ ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି।

ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୩୯.୮ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗିରରେ ତାପମାତ୍ରା ୨୧.୩ ଡିଗ୍ରୀ ରହିଛି। ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ ରହିଛି। ବାରିପଦାରେ ୩୯.୫, ସମ୍ୱଲପୁରରେ ୪୦, କଟକରେ ୩୫ ଡିଗ୍ରୀ, ଭବାନୀପାଟଣାରେ ୩୯.୬ ଏବଂ ଭୁବନେଶ୍ୱରରେ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।