ଭୁବନେଶ୍ୱର,ଏନ୍ଏନ୍ଏସ୍: ସମ୍ଭାବ୍ୟ ବାତ୍ୟା ନେଇ ଏସଆରସି ପ୍ରଦୀପ କୁମାର ଜେନାଙ୍କ ସୂଚନା। ଘୂର୍ଣ୍ଣିବଳୟ ଆସନ୍ତାକାଲି ଅବପାତର ରୂପ ନେଇପାରେ। ଏହାପରେ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଆସନ୍ତାକାଲି ଜଣାପଡିବ। ଯଦି ବାତ୍ୟା ହୁଏ ତେବେ ଏହାକୁ ସାମ୍ନା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ଏସଆରସି କହିଛନ୍ତି।
ସେହିପରି ୧୮ ଜିଲ୍ଲାକୁ ପ୍ରସ୍ତୁତ ରହିବାକୁ ଏସଆରସି ପରାମର୍ଶ ଦେଇଛନ୍ତି। ଏହି ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ଆଲୋଚନା କରିଛନ୍ତି। ସେହିପରି ଏନଡିଆରଏଫ, ଓଡ୍ରାଫ ଓ ରାଜ୍ୟ ଅଗ୍ନିଶମ ବାହିନୀଙ୍କୁ ମଧ୍ୟ ସମ୍ଭାବ୍ୟ ବାତ୍ୟା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି ସମ୍ଭାବ୍ୟ ବାତ୍ୟା ପାଇଁ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏହାସହିତ ପ୍ରତି ଜିଲ୍ଲାର ହେଡ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଛି। ଆବଶ୍ୟକ ସରଞ୍ଜାମଗୁଡିକୁ ଯାଞ୍ଚ କରି ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଅଗ୍ନିଶମ ଡିଜି ସୂଚନା ଦେଇଛନ୍ତି।