ଛାତ୍ରଙ୍କ ବେକରେ ପଶିଲା ଜ୍ୟାଭଲିନ

ବଲାଙ୍ଗୀର,ଏନ୍‌ଏନ୍‌ଏସ୍‌: ବଲାଙ୍ଗୀର ଜିଲ୍ଲା ଆଗଲପୁର ହାଇସ୍କୁଲର ବାର୍ଷିକ କ୍ରୀଡ଼ା ଚାଲିଥିବାବେଳେ ଏକ ଅଭାବନୀୟ ଘଟଣା ଘଟିଛି । ନବମ ଶ୍ରେଣୀ ଛାତ୍ର ସଦାନନ୍ଦ ମେହେରଙ୍କ ବେକରେ ଜ୍ୟାଭଲିନ ଗଳି ପଡ଼ିଥିବା ଜଣାପଡ଼ିଛି । ଏଥିରେ ଛାତ୍ର ଜଣକ ଗୁରୁତର ହୋଇଥିବାରୁ ତାଙ୍କୁ ପ୍ରଥମେ ଆଗଲପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରଖାନାକୁ ନେବା ପର‌୍ୟ୍ୟନ୍ତ ବି ଛାତ୍ରଙ୍କ ବେକରେ ଜାଭେଲିନ ପଶି ରହିଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ଛାତ୍ରଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ସମସ୍ତ ଚିକିତ୍ସା ଖର୍ଚ୍ଚ ଜିଲ୍ଲା ପ୍ରଶାସନ ବହନ କରିବ ବୋଲି ଜିଲ୍ଲାପାଳ ଚଞ୍ଚଳ ରାଣା କହିଛନ୍ତି । ତେବେ ସଦାନନ୍ଦଙ୍କ ଅବସ୍ଥା ଏବେ ସ୍ଥିର ରହିଥିବା ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି ।