ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲାର ଲୋକ ମହୋତ୍ସବ ‘ମଣ୍ଡେଇ’ ଆସନ୍ତା ଡିସେମ୍ବର ୧୦ ତାରିଖରୁ ଆରମ୍ଭ ହେଉଛି । ୧୦ରୁ ୧୨ ତାରିଖ ମୁଖ୍ୟ ମଣ୍ଡେଇ ଓ ୧୩ରୁ ୧୪ ତାରିଖ ପଲ୍ଲିଶ୍ରୀ ମେଳା ଅନୁଷ୍ଠିତ ହେବ । ୫ଦିନ ଧରି ଚାଲିବାକୁ ଥିବା ମହୋତ୍ସବକୁ ଆକର୍ଷଣୀୟ କରିବା ପାଇଁ ବୁଧବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡା. କମଳ ଲୋଚନ ମିଶ୍ର ଅଧ୍ୟକ୍ଷତା କରିଥିଲେ । ମଣ୍ଡେଇକୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ବିଭିନ୍ନ ସବ କମିଟିମାନ ଗଠନ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବୁଦ୍ଧିଜୀବୀ, ସମାଜସେବୀ ଓ କଳାକାର ପ୍ରମୁଖ ଅଂଶଗ୍ରହଣ କରିଥିଲେ ।