ଭୁବନେଶ୍ୱର,ଏନ୍ଏନ୍ଏସ୍: ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହୋଇଛି ମହିଳା, ଶିଶୁବିକାଶ ଓ ମିଶନ ଶକ୍ତି ବିଭାଗ। ଏହି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀଙ୍କ ସହିତ ସିଧାସଳଖ କଥା ହେବେ ସରକାର। ଆଜି ଲୋକସେବା ଭବନରୁ ଭିଡିଓ କନଫରେନ୍ସି ଜରିଆରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ଅଧିନରେ ମା ଓ ଶିଶୁମାନଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ କଲ୍ୟାଣ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି।
ଓଡ଼ିଶାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ସୁଦୃଢ଼ ହେବା ସହମା ମାନଙ୍କ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦାହରଣ ସୃଷ୍ଟି କରିଛି। ହିତାଧିକାରୀଙ୍କ ସନ୍ତୋଷ ହେଉଛି ଯୋଜନାର ସବୁଠାରୁ ବଡ଼ ସଫଳତା। ଏହି ସବୁ ଭଲ କାମକୁ ଆଗକୁ ଜାରି ରଖିବା ସହିତ ଦୁର୍ନୀତିକୁ କୌଣସି ପରିସ୍ଥିତିରେ ପ୍ରଶୟ ନ ଦେବାପାଇଁ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ।
ଏହି ଅବସରରେ ୫ଟି ସଚିବ ଭି କାର୍ତ୍ତିକେୟ ପାଣ୍ଡିଆନ ମହିଳା, ଶିଶୁବିକାଶ ଓ ମିଶନ ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।