ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା: ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍ ସମୟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା ଆସନ୍ତା ଫେବୃଆରୀ ୧୯ରୁ ଆରମ୍ଭ ହେବ। ଏ ନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଏହି ପରୀକ୍ଷା ଫେବୃଆରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ। ଫେବୃଆରୀ ୧୯ (ବୁଧବାର) ପ୍ରଥମ ଭାଷା ଓଡିଆ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ୨୨ରେ ଇଂରାଜୀ, ୨୪ରେ ସଂସ୍କୃତ/ହିନ୍ଦୀ, ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ, ଓ ମାଚ୍ଚ ୨ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨.୩୦ ପର୍ଯ୍ୟନ୍ତ ପରୀକ୍ଷା ସମୟ ରହିଛି। କିନ୍ତୁ ଗଣିତ ପରୀକ୍ଷା ପାଇଁ ଅଧିକ ୧୫ ମିନିଟ୍ ସମୟ ଦିଆଯିବ।

ଗତବର୍ଷ ମାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ଚାରିଆଡେ ଅସନ୍ତୋଷ ଦେଖାଦେଇଥିଲା। ତେବେ ମାଟ୍ରିକ୍ ପରୀକ୍ଷାର ସ୍ୱଚ୍ଛତାକୁ ସ୍କୁଲ ଓ ଗଣଶିକ୍ଷା ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।