ରାଷ୍ଟ୍ରପତିଙ୍କୁ ଭେଟିଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଦିନ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତିଙ୍କ ସଚିବାଳୟ ପକ୍ଷରୁ ଉଭୟଙ୍କ ସାକ୍ଷାତର ଫଟୋ ଟ୍ୱିଟରରେ ଶେୟାର କରାଯାଇଛି । ସୂଚନାଯୋଗ୍ୟ ଯେ ଗୁରୁବାର ପୂର୍ବରୁ ଆଦିତ୍ୟନାଥ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟି ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ।