କରୋନା ଆତଙ୍କ: ପଞ୍ଚାୟତ ଉପ ନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନ ଆସନ୍ତା ୨୪ରେ ରାଜ୍ୟର ୨୦ଟି ଜିଲ୍ଲାରେ ୨ଟି ଜିଲ୍ଲା ପରିଷଦ ସଭ୍ୟ, ୬ଟି ସରପଞ୍ଚ, ୮ଟି ସମିତି ସଭ୍ୟ ଓ ୮୪ ୱାର୍ଡମେମ୍ବର ପଦବୀ ପୂରଣ ପାଇଁ ହେବାକୁଥିବା ଉପନିର୍ବାଚନ ବର୍ତ୍ତମାନ ପାଇଁ ସ୍ଥଗିତ ରଖିଛନ୍ତି। ପରବର୍ତ୍ତୀ ସମୟରେ ଏହି ନିର୍ବାଚନ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି।