ନୂଆଦିଲ୍ଲୀ : ଦେଶରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲିଛି । ଶୁକ୍ରବାର ସୁଦ୍ଧା ଏହା ୨୦୬ରେ ପହଞ୍ଚିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଭାରତରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି । ରାଜସ୍ଥାନର ଜୟପୁରର ଫୋର୍ଟିସ ହସପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୭୨ ବର୍ଷୀୟ ଇଟାଲୀ ନାଗରିକଙ୍କ ମୃତ୍ୟୁ ହୋଇଛି । ସେ ପୂର୍ବରୁ କରୋନା ସଂକ୍ରମିତ ହୋଇ ଆରୋଗ୍ୟ ଲାଭ କରିଥିଲେ ମଧ୍ୟ ପୁଣି ଥରେ ସେ ଅସୁସ୍ଥ ହୋଇ ମୃତ୍ୟୁବରଣ କରିଛନ୍ତି ।