ଭୁବନେଶ୍ଵର,ଏନ୍ଏନ୍ଏସ୍: ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ଆଜି ୮୪ ବର୍ଷ ବିତିଛି। ତେବେ ଏହି ଅବସରକୁ ସାରା ରାଜ୍ୟରେ ଉତ୍କଳ ଦିବସ ଭାବେ ଜାଣିଥିବା ବେଳେ ବର୍ତ୍ତମାନ ଏହା କରୋନା ମାଡ଼ରେ ଫିକା ପଡ଼ିଛି। ତେବେ ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉତ୍କଳ ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା । #OdishaDay
— President of India (@rashtrapatibhvn) April 1, 2020
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟ୍ୱିଟରରେ ଲେଖିଛନ୍ତି ଯେ ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା। ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ ଏହା ହିଁ ମୋର କାମନା। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ। ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା।
ଓଡ଼ିଶାର ସମସ୍ତ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ମୋର ପ୍ରାର୍ଥନା ।
Utkala Dibasa greetings to my sisters and brothers of Odisha. Praying for Odisha's constant progress and prosperity in the times to come.
— Narendra Modi (@narendramodi) April 1, 2020
ଅନ୍ୟପଟେ ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟରରେ ଲେଖିଛନ୍ତି ଯେ ”ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ।
ପବିତ୍ର ଓଡିଶା ଦିବସ ଉପଲକ୍ଷେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଶ୍ରୀ ଗଣେଶୀ ଲାଲ୍ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡିଶାର ଲଢେଇରେ ସାମିଲ ହେବାକୁ ଆହ୍ଵାନ ଦେଇଛନ୍ତି। #UtkalaDibasa pic.twitter.com/8JXgXQppQa
— Governor Odisha (@GovernorOdisha) April 1, 2020