ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୨ କରୋନା ପଜିଟିଭ ଚହ୍ଧଟ ହୋଇଛନ୍ତି। ଏ ନେଇ ଟ୍ୱିଟ କରି ସୂଚନା ଦେଲେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ।
ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ମୋଟ ୨୪୪୧ଟି ନମୁନା ପରୀକ୍ଷା କରାଯାଇଛି। ମଙ୍ଗଳବାର ଦିନ ଆରଏମଆରସିରେ ୧୫୦, ଏମ୍ସରେ ୪୧ ଓ କଟକ ଏସସିବିରେ ୬୦ଟି ମୋଟ ୨୫୧ଟି ନମୁନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୪୨ଟି ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି, ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୯ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକତ୍ସିତ ହେଉଛନ୍ତି।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ଏହି ସୂଚନା ଦିଆଯାଇଛି।
ଭୁବନେଶ୍ୱରରେ ୩୪, ଭଦ୍ରକରେ ୩, ଯାଜପୁର, କଟକ, ପୁରୀ, କଳାହାଣ୍ଡି ଓ କେନ୍ଦ୍ରାପଡାରେ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।