ଭୁବନେଶ୍ୱର,ଏନ୍ଏନ୍ଏସ୍ : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ବ୍ୟକ୍ତି ଜଣଙ୍କ ଯାଜପୁର ଜିଲ୍ଲା ବରୀ ବ୍ଲକର ୬୨ ବର୍ଷୀୟ ପୁରୁଷ ବୋଲି ଜଣାପଡ଼ିଛି। ତାଙ୍କର କୌଣସି ଲକ୍ଷଣ ନଥାଇ ମଧ୍ୟ ସେ କା୍ୱରେଣ୍ଟାଇନରେ ଥିଲେ। ସେ କଲିକତା ଫେରନ୍ତା ହୋଇଥିବାରୁ ଆଜି ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନା ଯୋଗ୍ୟ, ଆଜି ସକାଳେ ଯାଜପୁର ଜିଲ୍ଲାରେ ୭ଜଣ କରୋନା ପଜେଟିଭ୍ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ଆଉ ଜଣେ ବରୀ ବ୍ଲକରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮କୁ ଛୁଇଁଛି। ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଯାଜପୁର ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ସବୁଠୁ ଅଧିକ ୪୮ଜଣ କରୋନା ରୋଗୀ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭କୁ ବୃଦ୍ଧି ପାଇଛି। ୫୬ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦୦ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।