ଭୁବନେଶ୍ୱର : ରାଜ୍ୟରେ ପୁଣି ୨୦ କରୋନା ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୭, ସୁନ୍ଦରଗଡ଼ରୁ ୨ ଓ ବୌଦ୍ଧ ଜିଲ୍ଲାରୁ ଜଣେ। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୫୩ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି ସେଥିମଧ୍ୟରୁ ୧୦ଜଣ ସୁସ୍ଥ ହୋଇଛନ୍ତି ଓ ୬ଜଣ ଚିକିତ୍ସିତ ହେଉଛନ୍ତି। ବୌଦ୍ଧ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି ସମସ୍ତେ ଚିକିତ୍ସିତ ହେଉଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଆଜି ସନ୍ଧ୍ୟା ୭ଟା୨୫ମିନିଟ୍ ସୁଦ୍ଧା ରାଜ୍ୟରେ ୩୭ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ରାଜ୍ୟ ପାଇଁ ମଧ୍ୟ ଖୁସି ଖବର ଆସିଥିଲା ୧୭ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ସଂଖ୍ୟା ୮୫କୁ ବୃଦ୍ଧି ପାଇଛି। ଅନ୍ୟ ୩୨୬ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକତ୍ସିତ ହେଉଛନ୍ତି।