ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରଦାନ କରିଛି।
ଆଜି ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୬, ବଲାଙ୍ଗିରରୁ ୧୪, କେନ୍ଦୁଝରରୁ ୮, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, ଗଞ୍ଜାମରୁ ୫, ନୟାଗଡରୁ଼ ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ୭୧ କ୍ୱାରେଣ୍ଟାଇନ କେନ୍ଦ୍ରରୁ ହୋଇଥିବା ବେଳେ ବାକି ୮ଜଣ ସ୍ଥାନୀୟ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଥିବାବେଳେ ୬୪୯ ଜଣ ସୁସ୍ଥ ହୋଇଛନ୍ତି ଓ ୭ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୮୬୨ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।