ନୂଆଦିଲ୍ଲୀ: କରୋନା ସଂକ୍ରମଣ ଯୋଗୁ ଗତ କିଛିଦିନ ହେବ ହସ୍ପିଟାଲରେ ଭର୍ତ୍ତି ଥିବା ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସୁସ୍ଥ ହୋଇଛନ୍ତି। ସୂଚନାନୁଯାୟୀ, ତାଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି। ଆଉ ଆଜି ତାଙ୍କୁ ହସ୍ପିଟାଲରୁ ଛୁଟି ମିଳିଯାଇଛି। ଗତ ସପ୍ତାହରେ କରୋନା ଯୋଗୁ ସତ୍ୟେନ୍ଦ୍ରଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିବାରୁ ତାଙ୍କୁ ସାକେତସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।