ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୧୯୭୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୪୧ ଓ ସ୍ଥାନୀୟ ସଂକ୍ରମଣ ୭୩୬ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ହଜାର ୬୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୩୩୨, ଗଞ୍ଜାମରୁ ୨୮୦, ମୟୁରଭଞ୍ଜରୁ ୧୨୦, ଭଦ୍ରକରୁ ୧୧୮, କଟକରୁ ୧୦୧, ଗଜପତିରୁ ୯୩, ସୁନ୍ଦରଗଡ଼ରୁ ୮୮, ପୁରୀରୁ ୮୩ ଓ ନୟାଗଡ଼ ଜିଲ୍ଲାରୁ ୭୫ ଜଣ ରହିଛନ୍ତି।
ଅନ୍ୟପଟେ ଆଜି କରୋନା ଯୋଗୁ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩୨୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪ଜଣ ରହିଥିବାବେଳେ ପୁରୀରୁ ୩, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ହଜାର ୬୩୦ ହୋଇଥିବାବେଳେ ୩୭ ହଜାର ୯୦୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୩୨୪ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୬ ହଜାର ୩୫୩ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।