କେନ୍ଦ୍ରୀୟ ଜଳଶକ୍ତି ମନ୍ତ୍ରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅସୁସ୍ଥତାର କିଛି ଲକ୍ଷଣ ଦେଖାଦେବାରୁ ସେ କରୋନା ଟେଷ୍ଟ କରାଇଥିଲେ ଯାହାର ରିପୋର୍ଟ ପଜିଟିଭ ଆସିଛି। ଏସମ୍ପର୍କରେ ନିଜେ ଶେଖାୱତ ଟ୍ୱିଟ କରି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ନିଜକୁ ଆଇସୋଲେଟ କରିବା ସହ କରୋନା ଟେଷ୍ଟ କରାଇବାକୁ ଶେଖାୱତ ପରାମର୍ଶ ଦେଇଛନ୍ତି।