ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨୮୧୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୯୧ ଜଣ ଓ ସ୍ଥାନୀୟ ସଂକ୍ରମଣ ୧୧୨୮ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହଜାର ୫୩୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ୨୮୧୯ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪୪୩, କଟକରୁ ୨୫୭, ଗଞ୍ଜାମରୁ ୧୯୨, ମୟୁରଭଞ୍ଜରୁ ୨୧୯, ବରଗଡ଼ରୁ ୧୩୬, ଯାଜପୁରରୁ ୧୨୦ ବାଲେଶ୍ୱରରୁ ୧୦୫ ଓ କୋରାପୁଟ ଜିଲ୍ଲାରୁ ୮୧ ଜଣ ରହିଛନ୍ତି।
ସେହିପରି ଆଜି ୯ଜଣ କରୋନା ରୋଗୀ ମୃତ୍ୟୁବରଣ କରିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ କଟକରୁ ୩, ସୁନ୍ଦଗଡ଼ରୁ ୨, ବଲାଙ୍ଗିର, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୩୩ହଜାର ୮୦୫ ଜଣଙ୍କର କରୋନା ଟେଷ୍ଟ ହୋଇଥିବାବେଳେ ୭୫ ହଜାର ୫୩୭ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୫୦ ହଜାର ୫୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୩୯୯ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ୨୪ ହଜାର ୫୮୨ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।