ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ାରେ ପୁଣି ୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୪୬୦କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ୨ ଜଣଙ୍କର ମୃତ୍ୟୁ ଘଟିଛି ଓ ୫୭୧ ଜଣଙ୍କ ଚିକିତ୍ସା ଜାରି ରହିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩୮ ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳ ଓ ଝାରସସୁଗୁଡ଼ା ବ୍ଲକରୁ ୫ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୧୦ ଜଣ, ଲଇକେରା ବ୍ଲକରୁ ୧୮ଜଣ ଓ କୋଲାବିରା ବ୍ଲକ ଅଞ୍ଚଳରୁ ୩, ବେଲପାହାଡ଼ ପୌରାଞ୍ଚଳରୁ ଜଣେ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୧୪ ଜଣ ଇନଷ୍ଟିଚ୍ୟୁସନାଲ କ୍ୱାରେଣ୍ଟାଇନରୁ ଓ ୬୪ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।