ରାଜ୍ୟରେ ୩,୪୯୦ କରୋନାରେ ସଂକ୍ରମିତ: ୧୩ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୩,୪୯୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨,୦୯୪ଜଣ ଓ ସ୍ଥାନୀୟ ସଂକ୍ରମଣ ୧,୩୯୬ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୩୧ ହଜାର ୩୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୩୫, କଟକରୁ ୩୭୬, ପୁରୀରୁ ୨୧୭, ମୟୁରଭଞ୍ଜରୁ ୨୦୭, ରାୟଗଡ଼ାରୁ ୨୦୬, ବଲାଙ୍ଗିରରୁ ୧୧୦, ସୋନପୁରରୁ ୧୦୭ ଓ ନୂଆପଡ଼ା ଜିଲ୍ଲାରୁ ୧୦୨ ଜଣ ରହିଛନ୍ତି।

ଅନ୍ୟପଟେ କରୋନା ଯୋଗୁ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ପୁରୀରୁ ସର୍ବାଧିକ ୩, ମୟୁରଭଞ୍ଜ, ଗଞ୍ଜାମ ଓ ରାୟଗଡ଼ାରୁ ୨ଲେଖାଏଁ, ଭୁବନେଶ୍ୱର, କଟକ, ସୋନପୁର ଓ କନ୍ଧମାଳ ଜିଲ୍ଲାରେ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତକଙ୍କ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧ଲକ୍ଷ ୮୪ ହଜାର ୮୪୧ଟି କରୋନା ଟେଷ୍ଟ ହୋଇଥିବାବେଳେ ୧ଲକ୍ଷ ୩୧ ହଜାର ୩୮୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୯୯ହଜାର ୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୫୬୯ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୩୧ ହଜାର ୩୬୨ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।