୨୪ ଘଣ୍ଟାରେ ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ: ୯୬,୫୫୧ ପଜିଟିଭ ଚିହ୍ନଟ, ୧୨୦୯ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୫୫୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୪ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୨୦୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୭୬ ହଜାର ୨୭୧ କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ଦେଶରେ ୯ ଲକ୍ଷ ୪୩ ହଜାର ୪୮୦ ଜଣ କରୋନା ରୋଗୀ ସକ୍ରିୟ ଥିବାବେଳେ ୩୫ ଲକ୍ଷ ୪୨ ହଜାର ୬୬୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।