ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୭୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୭୬କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧,୪୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ୪ଜଣଙ୍କର ମୃତ୍ୟୁ ଘଟିଛି ଓ ୮୦୯ ଜଣଙ୍କ ଚିକିତ୍ସା ଜାରି ରହଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩୩ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୧୩ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୪ଜଣ, ଝାରସୁଗୁଡ଼ା ବ୍ଲକ ଅଞ୍ଚଳରୁ ୩ ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୧୨ ଜଣ, ଲଇକେରା ବ୍ଲକ ଅଞ୍ଚଳରୁ ୯ଜଣ ଓ କୋଲାବିରା ବ୍ଲକ ଅଞ୍ଚଳରୁ ୫ଜଣ ରହିଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ଇନଷ୍ଟିଚ୍ୟୁସନାଲ କ୍ୱରେଣ୍ଟାଇନରୁ ଓ ୭୧ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।