କୋରାପୁଟ,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ କୋରାପୁଟ ଜିଲ୍ଲାରେ ୬ ମହିଳାଙ୍କ ସମେତ ୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨୩୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ଟିଏମସିର ଓ ୧୧ ଜଣ ହୋମ୍ କ୍ୱାରେଣ୍ଟାଇନ୍ର ହୋଇଥିବାବେଳେ ୧୩ ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିବା ଜଣାପଡିଛି।