ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୫୮୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୭୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ ଜଣ ରହିଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।