ରାଜ୍ୟରେ ୩୪ ଶିଶୁ ଅନୁକୂଳ ପୁଲିସ ଷ୍ଟେସନ ପ୍ରତିଷ୍ଠା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟର ୩୪ ପୁଲିସ ଜିଲ୍ଲାରେ ୩୪ଟି ଶିଶୁ ଅନୁକୂଳ ପୁଲିସ ଷ୍ଟେସନ ପ୍ରତିଷ୍ଠା ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏସବୁ ପୁଲିସ ଷ୍ଟେସନରେ ଶିଶୁଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ରହିବ। ସ୍ୱତନ୍ତ୍ର ଲୋଗୋ ଓ ଫଳକ ରହିବା ସହ ପିଲାଙ୍କ ପାଇଁ ଛୋଟ ପୁସ୍ତକାଗାର ମଧ୍ୟ କରାଯିବ। ଏଥିରେ ବିଭିନ୍ନ ରୁଚି ସମ୍ପନ୍ନ ପୁସ୍ତକ, ପତ୍ରପତ୍ରିକା ଓ ସମ୍ବାଦପତ୍ର ରଖାଯିବ ବୋଲି ଜଣାପଡ଼ିଛି।