ପୁରୀ,ଏନ୍ଏନ୍ଏସ୍: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଦୀର୍ଘଦିନର ବ୍ୟବଧାନ ପରେ ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ବୁଧବାର ଅପରାହ୍ନ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଖବର ଅନୁଯାୟୀ, ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ଏଥିପାଇଁ ଆଜି ଅପରାହ୍ନ ୪ଟା ରୁ ରାତ୍ର ପ୍ରାୟ ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଶାରଦୀୟ ଦୁର୍ଗା ଉତ୍ସବ ପାଇଁ ଶ୍ରୀମନ୍ଦିରରେ ଦୁର୍ଗା ମାଧବ ଉପାସନା ଚାଲିଥିବାରୁ ମହାପ୍ରଭୁଙ୍କ ବନକଲାଗି ହୋଇପାରିନଥିଲା।