ଭୁବନେଶ୍ବର,ଏନ୍ଏନ୍ଏସ୍: ପଞ୍ଚାୟତ ନିର୍ବାଚନ ପାଇଁ ଆଜି ବ୍ଲକ ସ୍ତରରେ ଜାରି ହେଲା ବିଜ୍ଞପ୍ତି। ଜାନୁଆରୀ ୧୭ରୁ ୨୧ ଯାଏଁ ଚାଲିବ ନାମାଙ୍କନ ଦାଖଲ ପ୍ରକ୍ରିୟା।
ସରଗରମ ହେବାରେ ଲାଗିଛି ପଞ୍ଚାୟତ ନିର୍ବାଚନ। ନିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଉଷ୍ମ ହେଉଛି ଗାଁ ରାଜନୀତି। ଚଳିତ ଥର ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥି ନାମାଙ୍କନ ବେଳେ ନିଜର ସମ୍ପତ୍ତି ବିବରଣୀ, ଶିକ୍ଷାଗତ ଯୋଗ୍ୟତା ଏବଂ ଅପରାଧିକ ପୃଷ୍ଠଭୂମି ବାବଦରେ ସତ୍ୟପାଠ ଦାଖଲ କରିବେ। ଭୁଲ ସତ୍ୟପାଠ ଦେଲେ ଦଣ୍ଡର ବ୍ୟବସ୍ଥା ରହିଛି।
ଜିଲ୍ଲା ପରିଷଦ ପ୍ରାର୍ଥୀମାନଙ୍କ ସତ୍ୟପାଠ ଜିଲ୍ଲା ପ୍ରଶାସନ ଓ୍ବେବସାଇଟରେ ରହିବ। ଅନ୍ୟ ପ୍ରାର୍ଥୀମାନଙ୍କ ସତ୍ୟପାଠ ନିର୍ବାଚନ ଅଧିକାରୀଙ୍କ ନୋଟିସ ବୋର୍ଡରେ ପ୍ରଦର୍ଶିତ ହେବ। ଏହା ସହ ଚଳିତ ଥର ବୁଥ ଗଣତି ବଦଳରେ ବ୍ଲକ ସ୍ତରରେ ଗଣତି କରାଯିବ।