ଜିଓ ପ୍ଲାଟଫର୍ମରେ ୯୦୯୩ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଆବୁଧାବିର ନିବେଶକାରୀ ସଂସ୍ଥା ମୁବାଦଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍)ର ଜିଓ ପ୍ଲାଟଫର୍ମରେ ଆବୁଧାବି ସ୍ଥିତ ନିବେଶକ ସଂସ୍ଥା ମୁବାଦଲା ଇନଭେଷ୍ଟମେଂଟ କମ୍ପାନି (ମୁବାଦଲା) ୯,୦୯୩.୬୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ। ଜିଓ ପ୍ଲାଟ୍ଫର୍ମସ୍ର ମୋଟ ଇକ୍ୱିଟି ମୂଲ୍ୟ ୪.୯୧ ଲକ୍ଷ କୋଟି ଟଙ୍କା ଏବଂ ଏଣ୍ଟରପ୍ରାଇଜ୍ ମୂଲ୍ୟ ୫.୧୬ ଲକ୍ଷ କୋଟି ଟଙ୍କା ଆକଳନ ଅନୁସାରେ ମୁବାଦଲାର ଏହି ନିବେଶ ଜିଓ ପ୍ଲାଟଫର୍ମସ୍ରେ ପୂର୍ଣ୍ଣ ବିଘଟିତ ହୋଇପାରୁଥିବା ୧.୮୫ ପ୍ରତିଶତ ଇକ୍ୱିଟି ଅଂଶଧନରେ ରୂପାନ୍ତରିତ ହେବ।

ଏହି ନିବେଶ ସହିତ ଛଅ ସପ୍ତାହରୁ କମ୍ ସମୟ ଭିତରେ ଫେସବୁକ୍, ସିଲଭର ଲେକ୍, ଭିଷ୍ଟା ଇକ୍ୱିଟି ପାର୍ଟନର୍ସ, ଜେନେରାଲ ଆଣ୍ଟଲାଟିକ୍, କେକେଆର୍ ଓ ମୁବାଦଲା ଭଳି ଅଗ୍ରଣୀ ବିଶ୍ୱସ୍ତରୀୟ ପ୍ରଯୁକ୍ତି ଓ ଅଭିବୃଦ୍ଧି ନିବେଶକଙ୍କ ଠାରୁ ଜିଓ ପ୍ଲାଟଫର୍ମସ୍ ୮୭,୬୫୫.୩୫ କୋଟି ଟଙ୍କାର ପୁଞ୍ଜିନିବେଶ ହାସଲ କରିଛି।

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ସମ୍ପୂର୍ଣ୍ଣ ଅଧିକୃତ ସହଯୋଗୀ କମ୍ପାନୀ ଭାବେ ଜିଓ ପ୍ଲାଟଫର୍ମସ୍ ହେଉଛି ଏକ ପରବର୍ତ୍ତି ପୀଢ଼ିର ଟେକ୍ନୋଲୋଜି ପ୍ଲାଟଫର୍ମ। ଯାହାକି ୩୮୮ ନିୟୁତରୁ ଅଧିକ ଗ୍ରାହକଙ୍କୁ ସମଗ୍ର ଭାରତରେ ଉଚ୍ଚମାନର ତଥା ସୁଲଭ ମୂଲ୍ୟରେ ଡିଜିଟାଲ୍ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି। ଜିଓ ପ୍ଲାଟଫର୍ମ ଏହାର ଡିଜିଟାଲ ଇକୋସିଷ୍ଟମ ମଧ୍ୟରେ ବ୍ରଡ୍ବ୍ୟାଣ୍ଡ ସଂଯୋଗୀକରଣ, ସ୍ମାର୍ଟ ଡିଭାଇସ୍, କ୍ଲାଉଡ୍ ଏବଂ ଏଜ୍ କମ୍ପ୍ୟୁଟିଂ, ବୃହତ ଡାଟା ଆନାଲିଟିକ୍ସ, କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ), ଇଣ୍ଟରନେଟ୍ ଅଫ୍ ଥିଙ୍ଗସ୍ ଆଦି ଅଗ୍ରଣୀ ଟେକ୍ନୋଲୋଜିକୁ ଆଧାର କରି ବ୍ୟାପକ ବିନିଯୋଗ କରିଛି। ଜିଓର ଲକ୍ଷ୍ୟ ହେଉଛି ସାରା ଦେଶର ୧୩୦ କୋଟି ଲୋକ ଏବଂ ବ୍ୟବସାୟଗୁଡିକ ପାଇଁ ଏକ ଡିଜିଟାଲ୍ ଇଣ୍ଡିଆକୁ ସକ୍ଷମ କରିବା ଯାହା ସାରାଦେଶର ବ୍ୟବସାୟ, ଛୋଟ ବ୍ୟବସାୟୀ, କ୍ଷୁଦ୍ର ବ୍ୟବସାୟ ଏବଂ କୃଷକମାନଙ୍କୁ ସାମୂହିକ ଅଭିବୃଦ୍ଧିର ଫଳ ପ୍ରଦାନ କରିପାରିବ।

ମୁକେଶ ଅମ୍ବାନି, ଅଧ୍ୟକ୍ଷ ଓ ପରିଚାଳନା ନିର୍ଦେଶକ, ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ କହିଛନ୍ତି ଯେ, “ବିଶ୍ୱର ଅଗ୍ରଣୀ ଡିଜିଟାଲ୍ ଦେଶରେ ପରିଣତ ହେବା ଲାଗି ଭାରତର ଡିଜିଟାଲ୍ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ଲାଗି ଆମର ଯେଉଁ ଯାତ୍ରା ରହିଛି।