ପିକଅପ୍ ଦୁର୍ଘଟଣା ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା

ଭୁବନେଶ୍ୱର,ଏନ୍ଏନ୍ଏସ୍: କୋରାପୁଟ ଜିଲ୍ଲା କୋଟପାଡ଼ର ମୂର୍ତ୍ତାହାଣ୍ଡି ଠାରେ ଗତକାଲି ଦୁର୍ଘଟଣାରେ ପ୍ରାଣ ହରାଇଥିବା ୯ଜଣ ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଲେଖାଁଏ ସହାୟତା ରାଶି। ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ ବୋଲି ସୋମବାର ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦୁର୍ଘଟଣାରେ ୧୧ ଜଣ ଗୁରୁତର ଆହତଙ୍କୁ ମଧ୍ୟ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ଏଥିରେ ଉଲ୍ଲେଖ ରହିଛି। ଦଶାହ କାର୍ଯ୍ୟସାରି ପିକ୍ଅପ୍ରେ ଫେରୁଥିବା ଥିବା ବେଳେ ଗାଡ଼ି ଓଲଟି ଏହି ଦୁର୍ଘଟଣା ଘଟିଥିଲା। ଏଥିରେ ଥିବା ସମସ୍ତ ୩୦ ଯାତ୍ରୀ ଛତିଶଗଡ଼ର ବୋଲି ଜଣାପଡ଼ିଛି।