ଦୁର୍ଘଟଣାରରେ ୨ ବାଇକ୍ ଆରୋହୀ ମୃତ

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ୍ ଅନ୍ତର୍ଗତ ଡାଙ୍ଗୁରିସାହି ଚକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାର ସେଫଟି ପିଲରରେ ପିଟିହୋଇ ୨ବାଇକ୍ ଆରୋହୀ ମୃତ୍ୟୁ। ସ୍ଥାନୀୟଲୋକେ ଉଦ୍ଧାର କରି ମେଡିକାଲକୁ ନେଇଥିଲେ। ହେଲେ ଡାକ୍ତର ଉଭୟଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଖବର ପାଇ ପୁଲିସ ଘଟଣାସ୍ତଲରେ ପହଂଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।