ସୌମ୍ୟଙ୍କ ପରିବାରକୁ ପୋଷ୍ଟମର୍ଟମ ରିପୋର୍ଟ ହସ୍ତାନ୍ତର

ଗଜପତି,ଏନ୍ଏନ୍ଏସ୍: ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଯାଇଛି। ୯୫ ପ୍ରତିଶତ ପୋଡ଼ିଯାଇଥିବାରୁ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପାକସ୍ଥଳୀ ଖାଲିଥିବା ଓ ସେଥିରୁ କୌଣସି ଦୁର୍ଗନ୍ଧ ନଥିବା ଜଣାପଡ଼ିଛି। ପୋଷ୍ଟମର୍ଟମର ୬ ଘଣ୍ଟା ପୂର୍ବରୁ ସୌମ୍ୟଙ୍କର ମୃତ୍ୟୁ ହୋଇଛି। କଟକ ମର୍କତନଗର ଥାନାରୁ ପରିବାର ଲୋକଙ୍କୁ ପୋଷ୍ଟମର୍ଟମ ରିପୋର୍ଟ ହସ୍ତାନ୍ତର କରାଯାଇଛି।