କଟକ,ଏନ୍ଏନ୍ଏସ୍: ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ଆଦିତ୍ୟଙ୍କ ନିଯୁକ୍ତି ଉପରେ ରାଷ୍ଟ୍ରପତି ମୋହର ଲଗାଇଛନ୍ତି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ଏହାପୂର୍ବରୁ ୩ଜଣ ଜଷ୍ଟିସ୍ ମୃଗାଙ୍କ ସାହୁ, ଜଷ୍ଟିସ ରାଧାକୃଷ୍ଣ ପଟ୍ଟନାୟକ ଓ ଜଷ୍ଟିସ ଶଶିକାନ୍ତ ପଟ୍ଟନାୟକ ହାଇକୋର୍ଟ ବିଚାରପତି ଭାବେ ଶପଥ ନେଇଥିଲେ। ବର୍ତ୍ତମାନ ସମୟରେ ଓଡ଼ିଶା ହାଇକୋର୍ଟରେ ୧୭ଜଣ ବିଚାରପତି ରହିଛନ୍ତି।