ସ୍କୁଲ ପରେ ୨୬ରୁ ଖୋଲିବ ହଷ୍ଟେଲ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୬ ତାରିଖରୁ ସ୍କୁଲ ସହ ହଷ୍ଟେଲ ମଧ୍ୟ ଖୋଲିବ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ହଷ୍ଟେଲ ଓ ସ୍କୁଲ ଖୋଲିବାର ନିଷ୍ପତ୍ତି ନିଆଯାଇଛି। ଗଣଶିକ୍ଷା, ଇଂଲିଶ ମିଡିୟମ ସ୍କୁଲ, ଏସି/ଏସଟି ଓ ସଂଖ୍ୟାଲଘୁ ବିଭାଗ ପରିଚାଳିତ ହଷ୍ଟେଲ ଖୋଲିବ। ହଷ୍ଟେଲ ଖୋଲିବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଏସଓପି ଜାରି କରାଯାଇଛି।