ଭୁବନେଶ୍ବର,ଏନ୍ଏନ୍ଏସ୍: ଆସନ୍ତାକାଲି ଠାରୁ (ମଙ୍ଗଳବାର) ରାଜ୍ୟ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ବଜେଟ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ଲାଗି ଆଜି (ସୋମବାର) ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ବାଚସ୍ପତିଙ୍କ ଅଧକ୍ଷତାରେ ବଜେଟ ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ବସିବ । ପୂର୍ବାହ୍ନ ୧୧ଟା ୩୦ରେ ଆରମ୍ଭ ହେବ ସର୍ବଦଳୀୟ ବୈଠକ ।ବଜେଟ ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି । ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳ ସହିତ ଆଲୋଚନା ବାଚସ୍ପତି ଆଲୋଚନା । ପୂର୍ବାହ୍ନ ସାଢ଼େ ୧୧ ଟାରେ ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି । ସବୁ ଦଳର ନେତାମାନଙ୍କ ସହିତ ବାଚସ୍ପତି ଆଲୋଚନା କରିବେ । ବଜେଟ ଅଧିବେଶନ ଯେପରି ସୁରୁଖୁରୁରେ ଚାଲିପାରିବ ଓ ଜନସାଧାରଣଙ୍କ ସମସ୍ୟା ବିସ୍ତୃତ ଭାବେ ଉପସ୍ଥାପନ ହେବ ସେ ନେଇ ସର୍ବ ଦଳୀୟ ବୈଠକରେ ଆଲୋଚନା କରାଯିବ ।
ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି, ଉପ ମୁଖ୍ୟ ସଚେତକ, ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ, ବରିଷ୍ଠ ବିଧାୟକ ଦେବୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ପ୍ରମୁଖ ବୈଠକରେ ଉପସ୍ଥିତ ରହିବା ନେଇ ସୂଚନା ମିଳିଛି ।
ବିଧାନସଭାର ବଜେଟ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ରୁ ମାର୍ଚ୍ଚ । ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ । ଫେବ୍ରୁଆରୀ ୨୪ ତାରିଖ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରିବେ । ଆଗାମୀ ବର୍ଷ ନିର୍ବାଚନ ଥିବାରୁ ବଜେଟରେ ଅନେକ ଗୁରୁତ୍ବପୂର୍ଣ୍ଣ ଘୋଷଣା ହେବାର ସମ୍ଭାବନା ରହିଛି । ରାଜ୍ୟ ସରକାର କିଛି ନୂଆ ଯୋଜନା ମଧ୍ୟ ଘୋଷଣା କରିପାରନ୍ତି ।