ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ୭ ଦିନ ପାଇଁ ବନ୍ଦ

ଗଞ୍ଜାମ,ଏନ୍ଏନ୍ଏସ୍: ଗଞ୍ଜାମର ସବୁ ଧର୍ମାନୁଷ୍ଠାନ ଆସନ୍ତାକାଲିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ସଂକ୍ରମଣ ବୃଦ୍ଧି ହେବା ଯୋଗୁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହି ୭ ଦିନ ଧର୍ମାନୁଷ୍ଠାନ ସାନିଟାଇଜ ହେବା ସହ ସମସ୍ତ ରୀତିନୀତି ପାଳନ କରାଯିବ। ଏଥିସହିତ ପାର୍କ, ଖେଳପଡ଼ିଆ, ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ୭ଦିନ ପାଇଁ ବନ୍ଦ ରହିବ। ସର୍ବସାଧରଣରେ ମେରୁ ଯାତ୍ରା ଓ ପଣା ସଂକ୍ରାନ୍ତି ପାଳନ ଉପରେ ମଧ୍ୟ କଟକଣା ଲଗାଯାଇଛି।