ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଉଦ୍ଦେଶ୍ୟରେ ଆସନ୍ତା ୨ ଦିନ ସମସ୍ତ ରାଜନୈତିକ କାର୍ଯ୍ୟକ୍ରମ ବନ୍ଦ ରଖିବ ବିଜେପି

ନୂଆଦିଲ୍ଲୀ,ଏଜେନ୍ସି: ଏଲଏସିରେ ଭାରତ-ଚୀନ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ତେବେ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ପାଇଁ ଆସନ୍ତା ୨ ଦିନ ଯାଏଁ ବିଜେପି ସମସ୍ତ ରାଜନୈତିକ କାର୍ଯ୍ୟକ୍ରମ ବନ୍ଦ ରଖିବ ବୋଲି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଭର୍ଚୁଆଲ ରାଲି ସହ ସବୁ ରାଜନୈତିକ କାର୍ଯ୍ୟକ୍ରମ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି।