ଗାଧୋଇବା ସମୟରେ ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ବଲାଙ୍ଗିର,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ବାଞ୍ଝିପାଲି ଗାଁରେ ଗାଧୋଇବା ବେଳେ ମହିଳାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ ସହ ଦୁର୍ବ୍ୟବହାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଗ୍ରାମବାସୀମାନେ ଦୋଷୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଦାବି କରି ଲୋଇସିଂହା ଥାନା ଘେରାଉ କରିଛନ୍ତି। ଅଭିଯୋଗ ମୁତାବିକ, ଗାଁର କିଛି ମହିଳା ପୋଖରୀରେ ଗାଧୋଇବା ବେଳେ ସେହି ଗାଁର କିଛି ଯୁବକ ସେମାନଙ୍କ ସହ ଦୁର୍ବ୍ୟବହାର କରି ସେଠାରେ ଗାଧୋଇଥିଲେ । ଜାତିଆଣ ଆକ୍ଷେପ କରି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ । ଏନେଇ ଲୋଇସିଂହା ଥାନାରେ ଲିଖିତ ଅଭିଯୋଗ ହୋଇଛି।  ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଅଭିଯୋଗକାରୀମାନେ ଥାନା ଘେରାଉ କରିଛନ୍ତି। ଘଟଣା ସମ୍ପର୍କରେ ପୁଲିସ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି କହିଛି।