କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ କରୋନା

ନୂଆଦିଲ୍ଲୀ, ଏଜେନ୍ସି: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।

ଏନେଇ ନିଜେ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ତାଙ୍କ ଦେହ ଭଲ ଅଛି। ତାଙ୍କଠାରେ କରୋନାର ପ୍ରାଥମିକ ଲକ୍ଷଣ ଦେଖାଦେବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ପରୀକ୍ଷା କରାଇଥିଲେ। ପରୀକ୍ଷାରୁ ସେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ କିଛିଦିନ ଧରି ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।