ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ଲାଗି କ୍ୱାରେଣ୍ଟାଇନ ବାଧ୍ୟତାମୂଳକ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଓଡିଶାରେ ମଧ୍ୟ ପ୍ରତିଦିନ ବହୁ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହି କରୋନା ଚେନକୁ ବ୍ରେକ ଦେବାପାଇଁ ରାଜ୍ୟସରକାର ଆଜି ବାହାର ରାଜ୍ୟ ଫେରନ୍ତାଙ୍କ ପାଇଁ କଟକଣା ଜାରି କରିଛନ୍ତି। ରାଜ୍ୟସରକାର ଆଜି ଆନ୍ଧ୍ର ଓ ତେଲେଙ୍ଗାନା ଫେରନ୍ତାଙ୍କ ପାଇଁ କଟକଣା ଜାରିକରିଛନ୍ତି। ଏହି ଦୁଇ ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ୧୪ ଦିନ କ୍ୱାରେଣ୍ଟାଇନ ବାଧ୍ୟତାମୂଳକ। ଏହାସହ ଯେଉଁମାନଙ୍କର ୨୪ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟ ଥିବ ସେମାନେ ୭ଦିନ କ୍ୱାରେଣ୍ଟାଇନରେ ରହିବାକୁ ବାଧ୍ୟ। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।