ଭୁବନେଶ୍ୱରରୁ ପୁଣି ୪୨୭ ପଜିଟିଭ ଚିହ୍ନଟ,ସ୍ଥାନୀୟ ୨୩୬

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରୁ ଆଜି ୪୨୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୪୪୯୨ରେ ପହଞ୍ଚିଛି। ଏଥିମଧ୍ୟରୁ ୯୩୫୦ଜଣ ସୁସ୍ଥ ହୋଇଥିବାବେଳେ ୫୨ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ୫୦୭୭ଟି ଆକ୍ଟିଭ କେସ ରହିଛି।

ଏନେଇ ଭୁବନେଶ୍ୱର ମହାନଗରନିଗମ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୯୧ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୩୬ ଜଣ ସ୍ଥାନୀୟବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଭୁବନେଶ୍ୱରରୁ ଆଜି ୪୦୧ଜଣ କରୋନା ଆକ୍ରାନ୍ତ ସୁସ୍ଥହୋଇ ଘରକୁ ଫେରିଛନ୍ତି।