୨୪ ଘଣ୍ଟାରେ ୪୬୭୯ ଆରୋଗ୍ୟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୬୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୮୦୪୦୦କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।