ପାଞ୍ଚ ହଜାର ପାରକଲା ସୁସ୍ଥଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର, ଏନ୍ଏନ୍ଏସ୍: କରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦୧୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୩୮୫୪୧୪ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୯୭ ଜଣ ସୁସ୍ଥ ହୋଇଛନ୍ତି।