ରାଜ୍ୟରେ ଆଜି ୬୪୮୮ ସୁସ୍ଥ, ଖୋର୍ଦ୍ଧାରୁ ୧୧୮୫

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪୮୮ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୪୦୪୦୬୩କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।